ଯୀଶୁଙ୍କ ସମାଧି
(ମାଥିଉ 27:57-61; ଲୂକ 23:50-56; ଯୋହନ 19:39-42)
42ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ, 43ହାରାମାଥୀୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ। 44କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତ-ସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି? 45ଶତ-ସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ। 46ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ। 47ତାହାଙ୍କୁ କେଉଁ ସ୍ଥାନରେ ରଖାଗଲା, ତାହା ମଗ୍ଦଲୀନୀ ମରୀୟମ ଓ ଯୋସିଙ୍କ ମାତା ମରୀୟମ ଦେଖିଲେ।


