ମରୀୟମଙ୍କୁ ଯୀଶୁଙ୍କ ପ୍ରଥମ ଦର୍ଶନ
(ମାଥିଉ 28:9,10; ଯୋହନ 20:11-18)
9[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ। 10ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ। 11ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ।


