ପ୍ରାଚୀର ନିର୍ମାଣ କରିଥିବା ଯାଜକମାନେ
22ପୁଣି, ପ୍ରାନ୍ତରବାସୀ ଯାଜକମାନେ ମରାମତି କଲେ। 23ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍ ଓ ହଶୂବ ଆପଣାମାନଙ୍କ ଗୃହ ସମ୍ମୁଖରେ ମରାମତି କଲେ। ସେମାନଙ୍କ ଉତ୍ତାରେ ଅନନୀୟର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ମରାମତି କଲା। 24ହେନାଦଦ୍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା। 25ଉଷୟର ପୁତ୍ର ପାଲାଲ୍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ମରାମତି କଲା। ତାହାଙ୍କ ପରେ ପରିୟୋଶର ପୁତ୍ର ପଦାୟ ମରାମତି କଲା। 26ଏହି ସମୟରେ ଓଫଲରେ ବାସ କରୁଥିବା ନଥୀନୀୟମାନେ ଜଳଦ୍ୱାରର ପୂର୍ବ ଦିଗର ସମ୍ମୁଖ ପର୍ଯ୍ୟନ୍ତ ଓ ବାହାର ଦୁର୍ଗ ପର୍ଯ୍ୟନ୍ତ ମରାମତି କଲେ।


