ଯାଜକୀୟ ଆଶୀର୍ବାଦ
22ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 23“ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣକୁ କୁହ, ‘ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ଏହିରୂପେ ଆଶୀର୍ବାଦ କରିବ; ତୁମ୍ଭେମାନେ ସେମାନଙ୍କୁ କହିବ,
24ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
25ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ
ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;
26ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।’”
27ଏହିରୂପେ ସେମାନେ ଇସ୍ରାଏଲ-ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା।


