ଦୀପବୃକ୍ଷର ପ୍ରତିଷ୍ଠା
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 2“ତୁମ୍ଭେ ହାରୋଣକୁ କୁହ, ‘ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।’” 3ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ୱଳାଇଲେ। 4ସେହି ଦୀପବୃକ୍ଷର କର୍ମ ସ୍ୱର୍ଣ୍ଣର ପିଟାକର୍ମ ଥିଲା; ତହିଁର ଗଣ୍ଡି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ।


