ଲେବୀୟମାନଙ୍କ ଅବସର ଗ୍ରହଣ
23ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 24“ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ବୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ। 25ପୁଣି, ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ; 26ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ବୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ।”


