ଭାଟୋଇ ପକ୍ଷୀ ଓ ମହାମାରୀ

31ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ୱରେ ପକାଇଲା। 32ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ। 33ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ। 34ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍‍-ହତ୍ତାବା ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ। 35ଲୋକମାନେ କିବ୍ରୋତ୍‍-ହତ୍ତାବାଠାରୁ ହତ୍ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ।