ଯୁଦ୍ଧରେ ଇସ୍ରାଏଲର ପରାଜୟ
39ଆଉ ମୋଶା ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ; ତହିଁରେ ଲୋକମାନେ ଅତିଶୟ ବିଳାପ କଲେ। 40ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତ ଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ, ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।” 41ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ। 42କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ। 43ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।” 44ତଥାପି ସେମାନେ ପର୍ବତ ଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ। 45ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ିଦେଲେ।


