ବିଶ୍ରାମବାର ଲଂଘନର ଦଣ୍ଡ

32ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ। 33ପୁଣି, ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା, ହାରୋଣ ଓ ସମସ୍ତ ମଣ୍ଡଳୀ ସାକ୍ଷାତକୁ ତାହାକୁ ଆଣିଲେ। 34ଆଉ ସେମାନେ ତାହାକୁ ରୁଦ୍ଧ କରି ରଖିଲେ, କାରଣ ତାହା ପ୍ରତି କି କର୍ତ୍ତବ୍ୟ, ତାହା ପ୍ରକାଶ ହୋଇ ନ ଥିଲା। 35ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ଡଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।” 36ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ଡଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ପକାଇଲେ, ତହୁଁ ସେ ମଲା।