ବସ୍ତ୍ରରେ ଝାଲର ବିଷୟକ ନିୟମ
37ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 38“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ; 39ତୁମ୍ଭେମାନେ ଯେପରି ସେହି ଝାଲର ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ତୁମ୍ଭେମାନେ ଆପଣା ଆପଣାର ଯେଉଁ ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଚାର କରିଥାଅ, ତଦନୁସାରେ ଯେପରି ଭ୍ରମଣ ନ କରିବ, 40ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ। 41ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ, ଆମ୍ଭେ, ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ ଅଟୁ।”


