ଶୈଳକୁ ମୋଶାଙ୍କ ଆଘାତ

10ପୁଣି, ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, “ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା?” 11ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ। 12ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”