ହାରୋଣଙ୍କ ମୃତ୍ୟୁୁ

22ଏଥିଉତ୍ତାରେ ସେମାନେ କାଦେଶରୁ ଯାତ୍ରା କଲେ ତହୁଁ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍‍, ସମସ୍ତ ମଣ୍ଡଳୀ ହୋର ପର୍ବତରେ ଉପସ୍ଥିତ ହେଲେ। 23ସେତେବେଳେ ଇଦୋମ ଦେଶର ସୀମା ନିକଟସ୍ଥ ହୋର ପର୍ବତରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, 24“ଏହା ହାରୋଣର ମୃତ୍ୟୁର ସମୟ ଅଟେ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ। 25ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇଯାଅ। 26ପୁଣି, ହାରୋଣଠାରୁ ତାହାର ବସ୍ତ୍ର କାଢ଼ି ତାହାର ପୁତ୍ର ଇଲୀୟାସରକୁ ପିନ୍ଧାଅ; ଯେଣୁ ହାରୋଣ (ଆପଣା ଲୋକମାନଙ୍କ ନିକଟରେ) ସଂଗୃହୀତ ହେବ ଓ ସେ ସେହି ସ୍ଥାନରେ ମରିବ।” 27ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ଡଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ। 28ତେବେ ମୋଶା ହାରୋଣଙ୍କର ବସ୍ତ୍ର କାଢ଼ି ତାଙ୍କର ପୁତ୍ର ଇଲୀୟାସରକୁ ପିନ୍ଧାଇଲେ, ପୁଣି, ହାରୋଣ ସେହି ସ୍ଥାନରେ ପର୍ବତ ଶୃଙ୍ଗରେ ମଲେ; ତହୁଁ ମୋଶା ଓ ଇଲୀୟାସର ପର୍ବତରୁ ଓହ୍ଲାଇ ଆସିଲେ। 29ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍‍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।