ଅରାଦର ବିନାଶ

1ଏଥିଉତ୍ତାରେ ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ। 2ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।” 3ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା ହେଲା।