ଜଳ କୂପର ଗୀତ
10ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ। 11ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ। 12ସେମାନେ ସେଠାରୁ ଯାତ୍ରା କରି ସେରଦ୍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ। 13ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ ମୋୟାବର ସୀମା ଥିଲା। 14ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧର ନଳାକାର ପୁସ୍ତକରେ କଥିତ ଅଛି,
ଯଥା “ସୁଫଃରେ ବାହେବକୁ
ଓ ଅର୍ଣ୍ଣୋନର ସକଳ ଉପତ୍ୟକା,
15ପୁଣି, ଆରର ବାସସ୍ଥାନଗାମୀ
ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ।”)
16ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।” 17ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାନ କଲେ,
“ହେ କୂପ, ଉଚ୍ଛୁଳି ଉଠ ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;
18ଅଧିପତିମାନେ ସେହି କୂପ ଖୋଳିଛନ୍ତି,
ଲୋକମାନଙ୍କର କୁଳୀନମାନେ ରାଜଦଣ୍ଡ
ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।”
19ଏଉତ୍ତାରେ ସେମାନେ ପ୍ରାନ୍ତରରୁ ମତ୍ତାନକୁ ଓ ମତ୍ତାନଠାରୁ ନହଲୀୟେଲକୁ ଓ ନହଲୀୟେଲଠାରୁ ବାମୋତକୁ 20ଓ ବାମୋତଠାରୁ ମୋୟାବ କ୍ଷେତ୍ରସ୍ଥିତ ଉପତ୍ୟକା ଦେଇ ପିସ୍ଗା ପର୍ବତର ଶୃଙ୍ଗକୁ ଯାତ୍ରା କଲେ, ତାହା ମରୁଭୂମି ଆଡ଼କୁ ଥିଲା।


