ବିଶ୍ରାମବାରର ନୈବେଦ୍ୟ
8ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ।
9ଆଉ ବିଶ୍ରାମବାରରେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ। 10ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ।


