ମାସର ପ୍ରଥମ ନୈବେଦ୍ୟ
11ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ। 12ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ; 13ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। 14ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ, ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହିସବୁ ନୈବେଦ୍ୟ ବର୍ଷର ପ୍ରତି ମାସର ପ୍ରଥମ ଦିନରେ ଅଣାଯିବ ପୁଣି, ତାହସବୁ ସମ୍ପୂର୍ଣ୍ଣ ହୋମ ହେବ। 15ପୁଣି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ହେବ।


