ଶସ୍ୟ ଅମଳ ପର୍ବର ନୈବେଦ୍ୟ

26ଆହୁରି ପ୍ରଥମ ପକ୍ୱ ଫଳର ଦିନରେ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ। 27ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକ ବର୍ଷୀୟ ସାତ ମେଷବତ୍ସ; 28ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ 29ଓ ସାତ ମେଷବତ୍ସ ମଧ୍ୟରୁ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ; 30ଆଉ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥ ଏକ ଛାଗ ଉତ୍ସର୍ଗ କରିବ। 31ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ବ୍ୟତୀତ ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁନ୍ତ ହେବ।’”