ପ୍ରାୟଶ୍ଚିତ୍ତ ଦିନର ନୈବେଦ୍ୟ

7ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; 8ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ; 9ପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ 10ଓ ସାତ ମେଷବତ୍ସର ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା; 11ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।