ଶେଷ ବିଚାର
11ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ। 12ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ। 13ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ। 14ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ। 15ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା।


