ଉପସଂହାର
18ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହିସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଲେଶଗୁଡ଼ିକ ଈଶ୍ବର ତାହା ପ୍ରତି ଘଟାଇବେ; 19ପୁଣି, କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ବର ଏହି ପୁସ୍ତକରେ ଲିଖିତ ଜୀବନ-ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ। 20ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, “ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ।” ଆମେନ୍, ହେ ପ୍ରଭୁ ଯୀଶୁ, ଆସନ୍ତୁ। 21ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍।


